ବଙ୍ଗୋପସାଗରରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ବଙ୍ଗୋପସାଗରରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସଂପ୍ରତି ଉତ୍ତର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏବଂ ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ୭.୬ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଏହା ପଶ୍ଚିମ- ଦକ୍ଷିଣପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।

publive-image

ଏହାର ପ୍ରଭରବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଆଜି ଅପରାହ୍ନରେ ପାଣିପାଗ ବିଭାଗ ପକ୍ଷରୁ ଜାରି ଏହି ସତର୍କ ସୂଚନାରେ କୁହାଯାଇଛି ଯେ ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟାଗଡ଼ା, ଗଜପତି, କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ମୟୂରଭଞ୍ଜ, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image

ଏଥିସହ ଉତ୍ତର ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ଉପକୂଳରେ ଲଘୁଚାପ ପ୍ରଭାବରେ, ବଙ୍ଗୋପସାଗରର ଉତ୍ତର ଉପକୂଳରେ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ଉପକୂଳବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର କୂଳରେ ରହୁଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତା ୪୮ ଘଣ୍ଟା ପାଇଁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe