ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ !

ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ବାଂଲାଦେଶର ଉପକୂଳରେ ସୃଷ୍ଟିି ହୋଇଥିବା ଘୁର୍ଣ୍ଣିବଳୟ ଅଧିକ ଘନିଭୂତ ହୋଇ ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୁପ ନେବ। ଲଘୁଚାପର ରୂପ ନେବା ପରେ ଏହା ଦକ୍ଷିଣପଶ୍ଚିମ ଦିଗରେ ଗତିକରି ଉତ୍ତର ଆନ୍ଧ୍ରପଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ଅଗ୍ରସର ହେବ। ଫଳରେ ଏହା ସମଗ୍ର ରାଜ୍ୟରେ ମୌସୁମୀ ବର୍ଷା ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି କରିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳରୁ ପ୍ରବଳତର ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ଆଜି ସକାଳ ସାଢ଼େ ୮ଟା ରେ ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ୍‌ରେ କୁହାଯାଇଛି ଯେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳରୁ ମଧ୍ୟମ ବର୍ଷା
ଲାଗି ରହିବ। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରି ଦିଆଯାଇଛି।

ଅନୁଗୁଳରେ ପ୍ରବଳ ବର୍ଷା।

ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା,ଜଗତସିଂହପୁରରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ,ଗଞ୍ଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷା ହେବ। ରାଜ୍ୟର ଅନ୍ୟ ଆଭ୍ୟନ୍ତରୀଣ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନ ରହିଛି। ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେବାର ଆଶଙ୍କା ଥିବାରୁ ସମୁଦ୍ର ଉପକୂଳରେ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି। ଫଳରେ ସମୁଦ୍ର ବେଶ୍‌ ଅଶାନ୍ତ ରହିବ। ତେଣୁ ଅନ୍ତତଃ ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ରକୁ ମାଛ ମାରିବା ପାଇଁ ନ ଯିବାକୁ ପାଣିପାଗ ବିଭାଗ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରି ଦେଇଛି।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱରରେ ୧୦୪ ମିଲିମିଟର ବର୍ଷା ହୋଇଥିବା ବେଳେ ପୁରୀରେ ୨୬ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛିି।

ସମ୍ବନ୍ଧିତ ଖବର