ରାଜ୍ୟରେ ଦୈନିକ ଟିକାକରଣ ୩ ଲକ୍ଷକୁୁ ବଢ଼ାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: କରୋନା ଭାଇରସ ମହାମାରୀକୁ ପ୍ରତିହତ କରିବା ଲାଗି ରାଜ୍ୟ ସରକାର ଟିକାକରଣକୁ ଅଧିକ ଗୁରୁତ୍ୱ ଦେଉଛନ୍ତି । ରାଜ୍ୟରେ ଦୈନିକ ଟିକାକରଣୁ ୩ ଲକ୍ଷରୁ ଆହୁରି ଅଧିକ ବଢ଼ାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି । କମ ସଂକ୍ରମଣ ଥିବା ଜିଲ୍ଲାରେ ଅନ୍‌ଲକ୍ ପ୍ରକ୍ରିୟା ନେଇ ବିଚାର ଚାଲିଛି । ସଂକ୍ରମଣ ଅଧିକ ଥିବା ଜିଲ୍ଲା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ କହିଛନ୍ତି, ୨ୟ ଲହର ପ୍ରଭାବରୁ ଏଯାଏଁ ଆମେ ସଂପୂର୍ଣ୍ଣ ମୁକ୍ତ ହୋଇନାହୁଁ । ଆଗକୁ ବିଭିନ୍ନ ପର୍ବପର୍ବାଣୀ ଆସୁଥିବାରୁ କରୋନା ନେଇ ଆମକୁ ଅଧିକ ସତର୍କ ରହିବାକୁ ପଡ଼ିବ । ଏହି ଅବସରରେ ବ୍ଲାକ ଫଙ୍ଗ୍‌ସ ନେଇ ଆବଶ୍ୟକୀୟ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ କରୋନା ପୀଡିତମାନଙ୍କୁ ଅକ୍ସିଜେନ ଯୋଗାଣ ସନ୍ତୋଷଜନକ ରହିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସମ୍ବନ୍ଧିତ ଖବର