ଶ୍ରୀମନ୍ଦିରରେ ଦଇତା ପ୍ରବେଶ ଆଜି, ସ୍ନାନଯାତ୍ରାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ତୁଲାଇବେ ସବୁ ଦାୟିତ୍ବ

Advertisment
ଶ୍ରୀମନ୍ଦିରରେ ଦଇତା ପ୍ରବେଶ ଆଜି, ସ୍ନାନଯାତ୍ରାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ତୁଲାଇବେ ସବୁ ଦାୟିତ୍ବ

tripnetra.com

ପୁରୀ : ମହାପ୍ରଭୁଙ୍କ ଶ୍ରୀଅଙ୍ଗ ରକ୍ଷକ ହେଉଛନ୍ତି ଦଇତାପତି ସେବକ। ଘୋଷ ଯାତ୍ରାର ପରମ୍ପରା ମୁତାବକ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା (ସ୍ନାନଯାତ୍ରା)ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଏମାନଙ୍କ ଦ୍ବାରା ସମସ୍ତ ଗୁରୁତ୍ବପୂର୍ଣ୍ଣ ନୀତି ସଂପନ୍ନ ହେବ। ମହାପ୍ରଭୁଙ୍କ ଗୁପ୍ତ ସେବା କରିବା ପାଇଁ ଆସନ୍ତାକାଲି ତ୍ରୟୋଦଶୀ ତିଥିରେ ଦଇତାମାନେ ମନ୍ଦିର ପ୍ରବେଶ କରିବେ। ମଙ୍ଗଳ ଆଳତି ପୂର୍ବରୁ ଏହି ପ୍ରକ୍ରିୟା ଆରମ୍ଭ ହେବ। ଏଥିପାଇଁ ସେବକମାନେ ପ୍ରସ୍ତୁତ ଥିବା ବରିଷ୍ଠ ଦଇତାପତି ସେବକ ବିନାୟକ ଦାସ ମହାପାତ୍ର କହିଛନ୍ତି। ଶ୍ରୀଜିଉଙ୍କ ଶ୍ରୀଅଙ୍ଗରକ୍ଷକ ଭାବେ ପରିଚିତ ଦଇତାପତି ‌ସେବକମାନେ ସ୍ନାନପୂର୍ଣ୍ଣିମାଠାରୁ ଆରମ୍ଭ କରି ନବ‌‌ଯୌବନ ଦର୍ଶନ, ଶ୍ରୀଗୁଣ୍ଡିଚା ଯାତ୍ରା, ବାହୁଡା ଯାତ୍ରା, ସୁନାବେଶ, ଅଧରପଣା ଓ ନୀଳାଦ୍ରି ବିଜେର ସମସ୍ତ ନୀତି ନିର୍ବାହ କରିବାର ପ୍ରଥା ରହିଛି। ଦଇତା ପ୍ରବେଶ ପରେ ଆସନ୍ତାକାଲି ଶ୍ରୀଜିଉଙ୍କ ବଡସିଂହାର ଭୋଗ, ପହୁଡ ଆଳତି ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଶ୍ରୀମୁଖକୁ ଶ୍ରୀମୁଖ ଖଣ୍ଡୁଆରେ ଢାଙ୍କି କରାଯିବ। ବଡସିଂହାର ପରେ ଦଇତା ସେବକମାନେ ପ୍ରଭୁଙ୍କ ବାହୁଟକଣ୍ଟ ନୀତି ସଂପାଦନ କରିବେ। ପରେ କୋଠ ସୁଆସିଆଁ ସେବକମାନେ ରତ୍ନ ସିଂହାସନରେ ଚାର ବାନ୍ଧିବାକୁ ଗର୍ଭଗୃହକୁ ପ୍ରବେଶ କରିବେ ଏବଂ ଚାର ବନ୍ଧାଯିବା ପରେ ଦଇତାପତିମାନେ ପ୍ରଭୁଙ୍କ ସେନାପଟ ବାନ୍ଧିବା ନୀତି ସଂପନ୍ନ କରିବେ। ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଦେବ ସ୍ନାନ ଯାତ୍ରା ପରେ ଦଇତାପତି ସେବାୟତମାନେ ଶ୍ରୀମନ୍ଦିର ଅଣସିର ପିଣ୍ଡିରେ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା କରିବେ। ନବ‌ଯୌବନ ଦର୍ଶନ ପରେ ଦଇତା ସେବକମାନେ ରଥଯାତ୍ରାରେ ମହାପ୍ରଭୁଙ୍କୁ ରଥ ଉପରକୁ ପହଣ୍ଡି ବିଜେ କରାଇବାର ବିଧି ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe