‘ଦମନ’ ଚଳଚ୍ଚିତ୍ର ପ୍ରଦର୍ଶନକୁ ଟିକସ ମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Advertisment
‘ଦମନ’ ଚଳଚ୍ଚିତ୍ର ପ୍ରଦର୍ଶନକୁ ଟିକସ ମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସ୍ରୁଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ।

ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। କୋଭିଡ ମହାମାରୀ ସମୟରେ ଯେଭଳି ରାଜ୍ଯ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା
ଯୋଗାଇଲେ ସେଭଳି କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଆ ଚଳଚ୍ଚିତ୍ର ଇତିହାସରେ ପ୍ରଥମ ଥର ପାଇଁ ଏକ ନୂଆ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି। ସଦ୍ୟ ମୁକ୍ତିଲାଭ କରିଥିବା ବହୁ ଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ଖୁବ୍‌ଶୀଘ୍ର ହିନ୍ଦୀ ଭାଷାରେ ଡବିଂ ହେବାକୁ ଯାଉଛି। ଏଥିପାଇଁ ବୁଧବାର ଦିନ ଚଳଚ୍ଚିତ୍ରର ନାୟକ ବାବୁସାନ୍‌ ମହାନ୍ତି, ପତ୍ନୀ ତୃପ୍ତୀ ଶତପଥୀ, ମାମୁ ରବି ମିଶ୍ର ଓ ବନ୍ଧୁ ଭାଲୁ ଭାଇ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି। ଏହା ପୂର୍ବରୁ ନିର୍ଦ୍ଦେଶକ ବିଶାଲ୍‌ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କାଙ୍କ ସହ ବ୍ୟବସାୟିକ ମୁଖ୍ୟ ସମ୍ବିତ ଜେନା ସେଠାକୁ ଯାଇ ପ୍ରାରମ୍ଭିକ କାର୍ଯ୍ୟ ଶେଷ କରି ସାରିଛନ୍ତି। ଏହି ଚଳଚ୍ଚିତ୍ରଟି ଏକ ସତ୍ୟ ଘଟଣା ଉପରେ ଆଧାରିତ ଓ ସମ୍ପୂର୍ଣ୍ଣ ଅଣପାରମ୍ପରିକ କଥାବସ୍ତୁ ଉପରେ ପର୍ଯ୍ୟବସିତ। କେବଳ ଓଡ଼ିଶାରେ ନୁହେଁ ରାଜ୍ୟ ବାହାରେ ମଧ୍ୟ ପୂର୍ଣ୍ଣ ପ୍ରେକ୍ଷାଳୟରେ ଦର୍ଶକଙ୍କୁ ବାନ୍ଧି ରଖିବାରେ ଏହି ଚଳଚ୍ଚିତ୍ରଟି ସଫଳ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe