ଭୁବନେଶ୍ବର: ଆଗାମୀ ମେ’ ୨୮ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁଯାୟୀ, ୨୮ ତାରିଖ ସଂଧ୍ୟାରେ ୨ ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ। ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏହାପରେ ପରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ ହେବ। ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ମେ’ ୩୦ କିମ୍ବା ୩୧ତାରିଖରେ ପ୍ରକାଶ ପାଇବାର ସମ୍ଭାବନା ରହିଛି। ତେଣେ ଜୁନ ୮ ସୁଦ୍ଧା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି କୁହାଯାଉଛି।
Sambad is now on WhatsApp
Join and get latest news updates delivered to you via WhatsApp
ସୂଚନାଯୋଗ୍ୟ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ଗତ ଏପ୍ରିଲ୍ ୧୦ ତାରିଖରୁ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନର ଅନ୍ଲାଇନ୍ ଖାତା ଦେଖାରେ ପ୍ରାୟ ୩ ହଜାର ଓ ଅଫ୍ଲାଇନ୍ରେ ୫ ହଜାର ମୂଲ୍ୟାୟନକାରୀ ନିୟୋଜିତ ହୋଇଥିଲେ। ବିଜ୍ଞାନ ଓ ବାଣିଜ୍ୟ ବିଭାଗ ବିଷୟଗୁଡ଼ିକର ଇ-ମୂଲ୍ୟାୟନ ଲାଗି ୩୯ଟି ଓ ମାନୁଆଲ୍ ମୂଲ୍ୟାୟନ ହେବାକୁ ଥିବା କଳା ଓ ଧନ୍ଦାମୂଳକ ବିଷୟଗୁଡ଼ିକ ଲାଗି ୬୫ଟି କେନ୍ଦ୍ର ହୋଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ଉଭୟ ଅନଲାଇନ୍ ଓ ଅଫଲାଇନ୍ ଖାତା ଦେଖା ହୋଇଥିଲା। ତାପରେ ଅନ୍ୟାନ୍ୟ ଆନୁସଙ୍ଗିକ କାର୍ଯ୍ୟ ଶେଷ ହୋଇଥିଲା। ଏବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ କରିବାକୁ ସଂପୂର୍ଣ୍ଣ ପ୍ରସ୍ତୁତ ଥିବା ଜଣାଯାଇଛି। ଏଥର ଯୁକ୍ତ ୨ ପରୀକ୍ଷା ଫଳ ଗତ ବର୍ଷ ତୁଳନାରେ ଭଲ ହେବ ବୋଲି ଆଶା କରାଯାଉଛି।