କଟକ/ବୈପାରିଗୁଡ଼ା: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ ଚାକିରିରୁ ବହିଷ୍କୃତ ହୋଇଛନ୍ତି। ଆଇଆଇସି ସୁଶାନ୍ତ କୁମାର ଶତପଥୀଙ୍କୁ ଗିରଫ କରିବା ପରେ ଜୟପୁର ଭିଜିଲାନସ୍ ଏସପି ପ୍ରଦ୍ୟୁମ୍ନ କୁମାର ଦ୍ବିବେଦୀ ପୁଲିସ ଡିଜିଙ୍କୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଚିଠି ଲେଖିଥିଲେ। ଏହାପରେ ପୁଲିସ ଡିଜି ଏଭଳି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି।
In consonance with zero tolerance policy of the State Government towards corruption, @DGPOdisha has dismissed Sri Sushanta kumar Satpathy,Inspector of Police, @odisha_police, from the service under Article311(2)(b) of Indian Constitution following his arrest in a corruption case.
— Odisha Police (@odisha_police) December 2, 2023
ଭିଜିଲାନ୍ସ ଜାଲରେ ପଡ଼ିଥିଲେ କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ। ତାଙ୍କ ନିକଟରୁ ଭିଜିଲାନ୍ସ ନଗଦ ୩୭ ଲକ୍ଷ ୨୭ ହଜାର ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଏକ ଘରୋଇ ବସରେ କଟକ ଆସୁଥିବାବେଳେ ଜୟପୁରରୁ ୫ କିଲୋମିଟର ଦୂର ଟାଙ୍କୁଆ ନିକଟରେ ସୁଶାନ୍ତଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍। ତାଙ୍କ ନିକଟରୁ ୨ ଲକ୍ଷ ୭୦ ହଜାର ଟଙ୍କା ଓ ବୈପାରୀଗୁଡ଼ା ଥାନାରେ ଥିବା ସୁଶାନ୍ତଙ୍କ ଅଫିସ ଚାମ୍ବରରୁ ଲକ୍ଷେ ୮୦ ହଜାର ଟଙ୍କା ଜବତ ହୋଇଥିଲା। ବୈପାରୀଗୁଡ଼ା ସ୍ଥିତ ଘରୁ ୩ ଲକ୍ଷ ଟଙ୍କା ଜବତ ହୋଇଥିଲା। ଗତକାଲି ସାଢେ ୭ ଲକ୍ଷ ଟଙ୍କା ଜବତ ହୋଇଥିବା ବେଳେ ଆଜି କଟକ ବକ୍ସିବଜାରସ୍ଥିତ ସରକାରୀ ବାସଭବନରୁ ୨୯ ଲକ୍ଷ ୭୭ ହଜାର ଟଙ୍କା ଜବତ ହୋଇଛି। ଏଥିରେ ୫ଶହ ଟଙ୍କିଆ, ଶହେ ଓ ଦୁଇ ଶହ ଟଙ୍କିଆ ନୋଟ୍ ଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଥିଲା ଏହାପରେ ସୁଶାନ୍ତଙ୍କୁ ଭିଜିଲାନ୍ସ ଗିରଫ କରିଥିଲା।