ଦୁବାଇରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ: ମରଶରୀର ଆଣିବା ପାଇଁ ସାଂସଦଙ୍କ ଉଦ୍ୟମ

କାଜୁ ଜଙ୍ଗଲରୁ ଯୁବକଙ୍କ ଗଳିତ ଶବ ଜବତ: ପରିବାର ଆଣିଲା ହତ୍ୟା ଅଭିଯୋଗ

Shutterstock

ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ଦୁବାଇରେ ଫସିଥିବା ମୃତ ଓଡ଼ିଆ ଯୁବକ ରଜତ କୁମାର ଜେନାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି।

ସୂଚନାଯୋଗ୍ୟ, ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଅନ୍ତର୍ଗତ ଟୁବୁକା ଗ୍ରାମର ବୁଦ୍ଧିମାନ ଜେନାଙ୍କ ପୁଅ ରଜତ ୫ ମାସ ହେବ ଦୁବାଇ ଠାରେ ଏକ ଘରୋଇ କମ୍ପାନିରେ କାମ କରୁଥିଲେ। ଗତ ଜୁନ ୧୦ ତାରିଖରେ କୌଣସି କାରଣରୁ ତାଙ୍କର ସେଠାରେ ମୃତ୍ୟୁ ହୋଇଥିବା ଜଣେ ସହକର୍ମୀ ରଜତଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ। ରଜତଙ୍କ ପିତା ମରଶରୀରକୁ ଅନ୍ତିମ ସଂସ୍କାର ପାଇଁ ତାଙ୍କ ଗ୍ରାମକୁ ଫେରାଇ ଆଣିବା ପାଇଁ ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ରଙ୍କ ଜରିଆରେ ଶ୍ରୀ ପଣ୍ଡାଙ୍କ ହସ୍ତକ୍ଷେପ ଲୋଡ଼ିଥିଲେ। ଅନୁରୋଧକ୍ରମେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ମରଶରୀରକୁ ଭାରତ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe