ଘରୋଇ କଲେଜରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଘରୋଇ କଲେଜରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ତରାବୋଇସ୍ଥିତ ଏକ ଘରୋଇ କଲେଜ ପରିସରରୁ ଆଜି ଜଣେ ଛାତ୍ରୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ମୃତ ଛାତ୍ରୀ ହେଲେ ସାରା ସଂପୂର୍ଣ୍ଣା ମହାନ୍ତି।

ସୂଚନା ଅନୁସାରେ ପୁରୀ ଜିଲ୍ଲା କାକଟପୁର ଅଞ୍ଚଳର ଛାତ୍ରୀ ସାରା ସଂପୂର୍ଣ୍ଣା ମହାନ୍ତି ତରାବୋଇସ୍ଥିତ ଟାଇଟ୍ କଲେଜରେ  ଡିପ୍ଲୋମା ଇନ୍ ଆଇଟି ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ। ସେ ହଷ୍ଟେଲରେ ରହୁଥିଲେ। ତେବେ ମୃତ୍ୟୁର କାରଣ ଜଣାପଡ଼ି ନଥିବା ବେଳେ ହଷ୍ଟେଲ ଭିତରୁ ଝୁଲନ୍ତା ଅବସ୍ଥାରେ ମୃତଦେହକୁ ଉଦ୍ଧାର କରିଛି ପୁଲିସ। ମୃତଦେହରେ କିଛି ସ୍ଥାନରେ କ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଛି। ଏ ନେଇ ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe