ରାଜଧାନୀରେ ଚାଞ୍ଚଲ୍ୟ: ମହିଳା ସଫ୍ଟୱେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ବର: ରାଜଧାନୀରେ ଜଣେ ମହିଳା ସଫ୍ଟୱେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏକ ଭଡା ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି ପୁଲିସ।ଏଭଳି ଘଟଣା ଘଟିଛି ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀବିହାର ଅଞ୍ଚଳରେ। ଯୁବତୀଙ୍କ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଯାଇଛି।

ମୃତ ଯୁବତୀଜଣକ ଭଦ୍ରକ ଅଞ୍ଚଳର ଶ୍ଵେତା ଉତ୍କଳ କୁମାରୀ ବୋଲି ଜଣାଯାଇଛି। ଘଟଣା ସଂପର୍କରେ ମୃତ ଯୁବତୀଙ୍କ ପରିବାର ଲୋକଙ୍କୁ ପୁଲିସ୍ ଜଣାଇଛି। ଏହି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି।

ସମ୍ବନ୍ଧିତ ଖବର