ଶଗଡ଼ା ନଦୀରୁ ଗଳିତ ଶବ ଉଦ୍ଧାର

Advertisment
ଆଖିଫୁଟା ଗଣହତ୍ୟା ଘଟଣା: ତଥାପି ପୁଲିସ୍ ହାତ ଖାଲି

deccan herald

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦରଥାନା କିଆପଦର ନିକଟ ଶଗଡ଼ା ନଦୀରୁ ଏକ ଗଳିତ ଶବ ପୁଲିସ ଉଦ୍ଧାର କରିଛି। ସୂଚନାନୁସାରେ ଶଗଡ଼ା ନଦୀରେ ଏକ ଗଳିତ ଶବ ପାଣିରେ ପଡ଼ିଥିବା ଦେଖି ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା।

ଗଳିତ ଶବଟି ୧୦ରୁ ୧୫ ଦିନ ହୋଇଥିବା ବେଳେ ଶବଟି ପଚି କଙ୍କାଳ ଦିଶୁଥିବା ଦେଖାଯାଇଛି। ପୁଲିସ ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଭବାନୀପାଟଣା ମୁଖ୍ୟ ଡାକ୍ତରଖାନାକୁ ପଠାଇଥିଲା। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ମୃତବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ। ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe