ବାଲେଶ୍ବର ଟ୍ରେନ୍‌ ଦୁର୍ଘଟଣା: ୨୬୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା, ଆହୁରି ବଢ଼ିବା ଆଶଙ୍କା

ବାଲେଶ୍ବର: ବାହାନଗାରେ ୨ଟି ଏକ୍ସପ୍ରେସ୍‌ ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ସଂଖ୍ୟା ଏବେ ୨୬୧କୁ ବୃଦ୍ଧି ପାଇଛି ବୋଲି ଦକ୍ଷିଣ ପୂର୍ବ ରେଳପଥ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ରେଳବାଇ ପକ୍ଷରୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା ପ୍ରକାଶ କରାଯାଇଛି। ବାହାନଗାରେ ଉଦ୍ଧାରକାର୍ଯ୍ୟ ଶେଷ ହୋଇଛି। ଏଥି ସହିତ ମରାମତି କାମ ଆରମ୍ଭ ହୋଇଛି। ଦୁର୍ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଉଛି। ଭବିଷ୍ୟତରେ ଯେପରି ଏହାର ପୁନରାବୃତ୍ତି ନଘଟେ ଏଥି ପ୍ରତି ଦୃଷ୍ଟି ଦିଆଯିବ ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛନ୍ତି।

ସୂଚନାଯୋଗ୍ୟ, ଗତକାଲି କରମଣ୍ଡଳ ଏକ୍ସପ୍ରେସ୍‌ (୧୨୮୪୧)ଟ୍ରେନ୍‌ ଓ ବେଙ୍ଗାଲୁରୁ-ହାୱଡା ଏକ୍ସପ୍ରେସ୍‌ (୧୨୮୬୪) ଧକ୍କା ହୋଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଏପର୍ଯ୍ୟନ୍ତ ୨୬୧ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇସାରିଛି। ଆହୁରି ପ୍ରାୟ ୭୦୦ରୁ ଅଧିକ ଲୋକଙ୍କର ଚିକିତ୍ସା ଜାରି ରହିଛି। ବାହାନଗା ଷ୍ଟେସନରେ ହଜାର ହଜାର ଲୋକ ଉପସ୍ଥିତ ଥିଲେ ବି କାହାରି ମୁହଁରେ ହସ ନାହିଁ। ସମସ୍ତେ ସ୍ତବ୍ଧ ପାଲଟି ଯାଇଛନ୍ତି।

ସମ୍ବନ୍ଧିତ ଖବର