କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨% ବଢ଼ିଲା; ରାଜ୍ୟ ଲାଗୁ କଲା

Advertisment

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଦୁଇ ପ୍ରତିଶତ ବଢ଼ିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା।

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଦୁଇ ପ୍ରତିଶତ ବଢ଼ିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା।

୭୮,୨୧୩ କୋଟିର କେହି ଦାବିଦାର ନାହାନ୍ତି: ଦାବିଦାର ନଥିବା ବ୍ୟାଙ୍କ ଜମାରେ ୨୬% ବୃଦ୍ଧି

ଭୁବନେଶ୍ବର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଦୁଇ ପ୍ରତିଶତ ବଢ଼ିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୨୦୨୫ ଜାନୁଆରି ପହିଲାରୁ ପିଛିଲା ଭାବେ ଲାଗୁ ହେବ। ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ। ଏହା ସହିତ ପେନ୍‌ସନଭୋଗୀମାନଙ୍କ ଟିଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟିଆଇ ପାଇବେ। ଏହା ଦ୍ବାରା ପ୍ରାୟ ସାଢ଼େ ୮ ଲକ୍ଷ ସରକାରୀ କର୍ମଚାରୀ ଓ‌ ପେନ୍‌ସନଭୋଗୀ ଉପକୃତ ହେବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe