ମହିଳା କ୍ରିକେଟର ରାଜଶ୍ରୀଙ୍କ ମୃତ୍ୟୁ ମାମଲା: ୮ ସପ୍ତାହ ଭିତରେ କାର୍ଯ୍ୟାନୁଷ୍ଠାନ ପାଇଁ ଏନ୍‌ଏଚ୍‌ଆରସିଙ୍କ ନିର୍ଦ୍ଦେଶ

କଟକ: ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ମୃତ୍ୟୁ ମାମଲାରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ପୁଲିସ କମିସନରଙ୍କୁ ଜାତୀୟ ମାନବାଧିକାର କମିସନ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ୮ ସପ୍ତାହ ଭିତରେ ପଦକ୍ଷେପ ନିଆଯାଇ ଉପଯୁକ୍ତ ତଦନ୍ତ କରାଯିବ। ଏହି ଘଟଣାରେ ଗ୍ରହଣ କରାଯିବାକୁ ଥିବା ପଦକ୍ଷେପ ସଂକ୍ରାନ୍ତରେ ଅଭିଯୋଗକାରୀ ଓ ପୀଡିତ ପରିବାରକୁ ଅବଗତ କରାଯିବ।

କମିସନ ନ୍ୟାୟ ପାଇଁ ଲଢେଇ ପରିବାର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶଙ୍କ ଅଭିଯୋଗର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ ଯେ ରାଜଶ୍ରୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଜାତୀୟ ମାନବ ଅଧିକାର କମିସନଙ୍କ ନିଜ ଟିମ୍ ଏହି ଘଟଣାର ତଦନ୍ତ କରିବାକୁ ଦାବି କରିଥିଲେ। ଏଥି ସହିତ ରାଜଶ୍ରୀଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଉ ବୋଲି ଦର୍ଶାଇ କମିସନଙ୍କ ନିକଟରେ ଆବେଦନ କରିଥିଲେ।

ସମ୍ବନ୍ଧିତ ଖବର