ଭୁବନେଶ୍ବର: ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।
ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ ସରକାରୀ କର୍ମଚାରୀମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/04/Naveen-Pattnaik1.jpg)