ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି

Advertisment
ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି

ପୁରୀ:  ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନିତି ଚାଲୁଥିବା ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିସନର (ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏଥି ସହିତ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଗତକାଲି ମୃତ୍ୟୁ ସଂଖ୍ୟା ୯ଥିବାବେଳେ ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି। ମୃତକଙ୍କ ପରିବାରକୁ ଜିଲ୍ଲାପାଳ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି। ଅନ୍ୟ ୧୯ ଜଣ ଚିକିତ୍ସାଧୀନ ଥିବା ସୂଚନା ରହିଛି।

ସୂଚନାଯୋଗ୍ୟ, ଗତ ବୁଧବାର (ମେ’ ୨୯ ତାରିଖ) ପୁରୀରେ ନରେନ୍ଦ୍ର ପୁଷ୍କରିଣୀ ମହାପ୍ରଭୁଙ୍କ ଚାପ ଖେଳ ବେଳେ ବାଣ ବିସ୍ଫୋରଣ ଘଟିଥିଲା। ଏଥିରେ ପ୍ରାୟ ୪୦ ଜଣ ଆହତ ହୋଇଥିଲେ। ଯେଉଁମାନଙ୍କର ସ୍ଥିତି ଗୁରୁତର ଥିଲା, ସେମାନଙ୍କୁ କଟକ ଓ ଭୁବନେଶ୍ବରର ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସାମାନ୍ୟ ଆହତ ଥିବା ଲୋକଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ସୁବିଧା ଦିଆଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe