ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୮କୁ ବୃଦ୍ଧି

Advertisment
ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୮କୁ ବୃଦ୍ଧି

ଭୁବନେଶ୍ବର: ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି।

ଏହି ମୃତକଜଣକ ଖୋର୍ଦ୍ଧା ଜିଲ୍ଲାର ବୋଲି କୁହାଯାଇଛି। ସେ ଜଣେ ୬୩ ବର୍ଷିୟ ବ୍ୟକ୍ତି ବୋଲି ବି ସୂଚନା ମିଳିଛି। କରୋନା ବ୍ୟତୀତ ସେ ମଧୁମେହ ଓ ଅନ୍ୟ ରୋଗରେ ମଧ୍ୟ ପୀଡ଼ିତ ଥିଲେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୧୧୭ରେ ପହଞ୍ଚିଛି। ତେବେ ୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଅପରପକ୍ଷରେ ୭ଜଣଙ୍କର ମୃତ୍ୟୁ ଘଟିଛି।

ରାଜ୍ୟରେ ଆଜି ପୁଣି ୧୩୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe