ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୪, ସ୍ପଷ୍ଟ କଲା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

ଭୁବନେଶ୍ବର: ଆଜି ସକାଳେ ଗଞ୍ଜାମ ଜିଲ୍ଲାର ଦୁଇ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଥିଲା। ହେଲେ ଏବେ ତ୍ରୁଟି ସୁଧାରି ବିଭାଗ ପକ୍ଷରୁ କୁହାଯାଇଛି ଯେ ଏ ଦୁଇ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କର ରିପୋର୍ଟ ନେଗେଟିଭ୍ ଥିଲା । ଏଣୁ ଏବେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ନୁହେଁ, ବରଂ ୪ ବୋଲି କୁହାଯାଇଛି ।

ଅନ୍ୟ ପଟେ ଆଜି ରାଜ୍ୟରେ ରବିବାର ୯୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଏମାନଙ୍କ ଭିତରୁ ୮୭ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ବୋଲି ସୂଚନା ରହିଛି । ଆଜି ପ୍ରଥମ ଥର ଲାଗି ସମ୍ବଲପୁର ଜିଲ୍ଲାରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏତଦବ୍ୟତୀତ ଭଦ୍ରକ ଜିଲ୍ଲାରୁ୨୮, ବାଲେଶ୍ୱର ଜିଲ୍ଲାରୁ ୧୭, ଗଞ୍ଜାମ ଜିଲ୍ଲାରୁ ୧୫, କଟକ ଜିଲ୍ଲାରୁ ୧୨, ପୁରୀ ଜିଲ୍ଲାରୁ ୭, କେନ୍ଦୁଝର ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ୩, ବଲାଙ୍ଗୀର ଜିଲ୍ଲାରୁ ୨, କେନ୍ଦ୍ରାପଡ଼ା ଜିଲ୍ଲାରୁ୧ ଓ ସୁନ୍ଦରଗଡ ଜିଲ୍ଲାରୁ୧ ଜଣ ଚିହ୍ନଟ ହୋଇଛନ୍ତି ।

ସମ୍ବନ୍ଧିତ ଖବର