ଭୁବନେଶ୍ବର : ଓଡ଼ିଶା ବନ ଉନ୍ନୟନ ନିଗମର ଉପଦେଷ୍ଟା ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଦେବାଶିଷ ମଲ୍ଲିକ। ଶ୍ରୀ ମଲ୍ଲିକଙ୍କୁ ନିଗମ ଅଧ୍ୟକ୍ଷ ଗଗନ କୁମାର ଧଳ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ଜଣାଇଥିଲେ। ଉପଦେଷ୍ଟା ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ଶ୍ରୀ ମଲ୍ଲିକ କର୍ମଚାରୀମାନଙ୍କ ସହ ଆଲୋଚନା କରିବା ସହ ନିଗମର କାର୍ଯ୍ୟାବଳୀ ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ।
Sambad is now on WhatsApp
Join and get latest news updates delivered to you via WhatsApp
ଏହି ଅବସରରେ ସାଂସଦ ଅନୁଭବ ମହାନ୍ତି, ମହିଳା କମିସନ ଅଧ୍ୟକ୍ଷା ମିନତୀ ବେହେରା, ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନ୍, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ଉପଦେଷ୍ଟା ଅନୁଭବ ପଟ୍ଟନାୟକ ଓ ଓଡ଼ିଶା ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଶ୍ରୀ ମଲ୍ଲିକଙ୍କୁ ଶୁଭେଚ୍ଛା ଜଣାଇଥିଲେ।