ଗଭୀର ଅବପାତର ରୂପ ନେଲା ଲଘୁଚାପ, ଏବେ ପୁରୀଠାରୁ ୧୧୮୦ କିଲୋମିଟର ଦୂରରେ: ପାଣିପାଗ ବିଭାଗ

ଭୁବନେଶ୍ବର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ନିକଟବର୍ତ୍ତୀ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଶନିବାର ସନ୍ଧ୍ୟାରେ ଗଭୀର ଅବପାତ ରୂପ ନେଇଛି।  ରବିବାର ସକାଳ ସୁଦ୍ଧା ଏହି ଅବପାତ ସାମୁଦ୍ରିକ ଝଡ଼ର ରୂପ ନେବା ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହା କୁହାଯାଇଛି। ବର୍ତ୍ତମାନ ଏହି ସାମୁଦ୍ରିକ ଝଡ଼ ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୨୦କିମି ବେଗରେ ଗତି କରୁଛି।

ସନ୍ଧ୍ୟା ସାଢେ ୫ଟା ସୁଦ୍ଧା ପୋର୍ଟ ବ୍ଲେୟାରଠାରୁ ୨୯୦ କିଲୋମିଟର ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ, ବିଶାଖାପାଟଣାଠାରୁ ୧୧୪୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ ଓ ପୁରୀଠାରୁ ୧୧୮୦ କିଲୋମିଟର ଦୂର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଥିଲା ।

ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ୮ ମେ ସକାଳ ସୁଦ୍ଧା ଏକ ସାମୁଦ୍ରିକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ୧୦ ମେ ସୁଦ୍ଧା ଏହା ଉତ୍ତରପଶ୍ଚିମ ଦିଗରେ ଗତି କରି ପଶ୍ଚିମକେନ୍ଦ୍ରୀୟ ଓ ନିକଟବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଆଡକୁ ଗତି କରିବ ଓ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ହେବ । ପରେ ଏହା ନିଜର ଦିଗ ବଦଳାଇ ଉତ୍ତରପୂର୍ବ ଦିଗରେ ଗତି କରିବ। ପରେ ଓଡ଼ିଶା ଉପକୂଳ ହୋଇ ଉତ୍ତରପଶ୍ଚିମ ବଙ୍ଗୋପସାଗରଆଡକୁ ଗତି କରିବ । ଏହି ବାତ୍ୟା ପ୍ରକୃତରେ କେଉଁଠାରେ ଲାଣ୍ଡଫଲ କରିବ ସେ ନେଇ ଆଇଏମଡି ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ ।

ସମ୍ବନ୍ଧିତ ଖବର