ସହକାରୀ ଯନ୍ତ୍ରୀଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ତିନିଟି ବ୍ଲକ କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ

Advertisment
ସହକାରୀ ଯନ୍ତ୍ରୀଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ତିନିଟି ବ୍ଲକ କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ

ବୌଦ୍ଧ/ କଣ୍ଟାମାଳ/ ପୁରୁଣା କଟକ: କଣ୍ଟାମାଳ ବ୍ଲକ ସହକାରୀ ଯନ୍ତ୍ରୀଙ୍କୁ ଆକ୍ରମଣ ଘଟଣାର ଅଭିଯୁକ୍ତଙ୍କୁ ଗିରଫ ଦାବିରେ କଣ୍ଟାମାଳ, ବୌଦ୍ଧ ଓ ହରଭଙ୍ଗା ବ୍ଲକ କର୍ମଚାରୀମାନେ କଲମଛାଡ଼ ଆନ୍ଦୋଳନ କରୁଥିବା ଜଣାଯାଇଛି।

ସୂଚନାଯୋଗ୍ୟ,  ବୁଧବାର ଅପରାହ୍ନ ୪ଟା ସମୟରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ସହକାରୀ ଯନ୍ତ୍ରୀ ସ୍ମୁତିରଞ୍ଜନ ସେଠୀ ତାଙ୍କ ସରକାରୀ ବାସଭବନରେ ଥିବା ବେଳେ ବିଜେଡି କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି ଶାନ୍ତନୁ ଥାଟି ୪ ଜଣ ସହଯୋଗୀଙ୍କ ସହ ଭୁଜାଲିରେ ଆକ୍ରମଣ କରିଥିଲେ। ଏଥି ସହିତ ସେ ପିସ୍ତଲ ଦେଖାଇ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। ଶ୍ରୀ ସେଠୀ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ଘଟଣାର ପ୍ରତିବାଦ ଓ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଜିଲ୍ଲାର କଣ୍ଟାମାଳ, ବୌଦ୍ଧ ଓ ହରଭଙ୍ଗା ବ୍ଲକର କର୍ମଚାରୀମାନେ ଅନିର୍ଦ୍ଦିଷ୍ଟ କାଳ ପାଇଁ କଲମ ଛାଡ ଆନ୍ଦୋଳନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe