କରୋନା କଟକଣା ଭିତରେ ସ୍କୁଲ ଖୋଲିବାକୁ ଦାବି: ହାଇକୋର୍ଟରେ ଦାୟର ହେଲା ଜନସ୍ବାର୍ଥ ମାମଲା

Advertisment
ଖଣି ଅତିରିକ୍ତ ନିର୍ଦ୍ଦେଶକଙ୍କୁ ହାଇକୋର୍ଟରୁ ଜାମିନ

The New Indian Express

କଟକ : କରୋନା ସଂକ୍ରମଣ ସ୍ଥିତି ଯୋଗୁଁ ସ୍କୁଲ ବନ୍ଦ କରାଯିବା ନିଷ୍ପତ୍ତିକୁ ବିରୋଧ କରି ହାଇକୋର୍ଟରେ ମାମଲା ଦାୟର ହୋଇଛି।

ରଂଜିତା ମହାପାତ୍ରଙ୍କ ପକ୍ଷରୁ ଦାୟର ଆବେଦନରେ ଦର୍ଶାଯାଇଛି ଯେ କରୋନା କଟକଣା ନାଁରେ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ କଥା କେହି ଚିନ୍ତା କରୁ ନାହାନ୍ତି। ଦୁଇ ବର୍ଷ ହେବ କରୋନା ସଂକ୍ରମଣ ସ୍ଥିତି ଯୋଗୁଁ ଶିକ୍ଷାନୁଷ୍ଠାନ ବିଭିନ୍ନ ସମୟରେ ବନ୍ଦ ରଖାଯାଉଛି। ସ୍କୁଲ ବନ୍ଦ ରହୁଥିବାରୁ ଛାତ୍ରଛାତ୍ରୀମାନେ ପାଠ ପଢାରୁ ଏକ ପ୍ରକାର ଦୂରେଇ ଯାଇଛନ୍ତି। ପିଲାମାନଙ୍କ ଭବିଷ୍ୟତ ଅନ୍ଧକାର ଭିତରକୁ ‌ଚାଲି ଯାଉଛି। ଏଭଳି ସ୍ଥିତିରେ ତୁରନ୍ତ କରୋନା କଟକଣା ଭିତରେ ସ୍କୁଲ ଖୋଲାଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ଆବେଦନକାରୀଙ୍କ ତରଫରୁ ଆଇନଜୀବୀ ଆଶିଷ କୁମାର ମିଶ୍ର ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe