ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟର ମାନ୍ୟତା ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ପୁରୀ ବିଧାୟକ

ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟର ମାନ୍ୟତା ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ପୁରୀ ବିଧାୟକ

ପୁରୀ: ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟର ମାନ୍ୟତା ପ୍ରଦାନ କରିବାକୁ ଦାବି କରିଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ଏନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଲେଖିଛନ୍ତି, ୧୯୪୪ ମସିହାରେ ପ୍ରତିଷ୍ଠିତ ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ନାକ୍ ପକ୍ଷରୁ ‘ଏ’ ଗ୍ରେଡି ମିଳିଛି। ଓଡ଼ିଶାର ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏହି ଶିକ୍ଷାନୁଷ୍ଠାନ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି।

ଅନ୍ୟ ଜିଲ୍ଲାର କେତେକ ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟର ମାନ୍ୟତା ମିଳିଥିବାରୁ ପୁରୀର ପ୍ରସିଦ୍ଧ ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ଅନୁରୂପ ସ୍ବୀକୃତି ପ୍ରଦାନ କରାଯିବା ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ବିଧାୟକ ଜୟନ୍ତ ଷଡ଼ଙ୍ଗୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe