ବିଧାୟକମାନଙ୍କ ଦରମା ବୃଦ୍ଧି କରିବାକୁ ବିଧାନସଭାରେ ଦାବି କଲେ ତିନି ପ୍ରମୁଖ ଦଳର ସଦସ୍ୟ

ଭୁବନେଶ୍ବର: ବିଧାନସଭାରେ ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉଠିଛି। ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଛନ୍ତି ବିଜେପି, କଂଗ୍ରେସ ଓ ବିଜେଡି ସଦସ୍ୟ। ବିରୋଧୀ ଦଳର ମୁଖ୍ୟ ସଚେତକ ମୋହନ ମାଝୀ ପ୍ରସଙ୍ଗ ଉଠାଇ କହିଛନ୍ତି, ଶେଷ ଥର ପାଇଁ ୨୦୧୭ ସେପ୍ଟେମ୍ବର ୧୩ ତାରିଖରେ ବିଧାୟକମାନଙ୍କ ଗସ୍ତ ଖର୍ଚ୍ଚ ଓ ଦରମା ବଢିଥିଲା। ଆଉ ଏବେ ସବୁ ରେଟ ବି ବଢିଛି। ତେଣୁ ବିଧାୟକମାନଙ୍କ ଦରମା ଓ ଗସ୍ତ ଖର୍ଚ୍ଚ ବଢ଼ାଇବାକୁ ଦାବି କଲେ ମୋହନ। ଅନ୍ୟ ରାଜ୍ୟର ବିଧାୟକମାନେ ଅଧିକ ଟଙ୍କା ଦରମା ପାଉଥିବା ବେଳେ ଆମ ରାଜ୍ୟରେ ତାହା ବହୁତ କମ୍ ରହିଛି। ଓଡ଼ିଶାରେ ବିଧାୟକମାନଙ୍କ ଦରମା ଓ ଗସ୍ତ ଖର୍ଚ୍ଚକୁ ମିଶାଇ ମୋଟ ୯୯ ହଜାର ୮୦୦ ଟଙ୍କା ରହିଛି। ତେଣୁ ତାକୁ ବଢାଯାଉ।

ସେହିପରି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହୀନି ପତି ମଧ୍ୟ ଦରମା ବଢ଼ାଇକୁ ଦାବି କରିଛନ୍ତି। ଅନେକ ସୋସିଆଲ କାର୍ଯ୍ୟକ୍ରମକୁ ଯାଉଛନ୍ତି ତେଣୁ ଖର୍ଚ୍ଚ ବଢୁଛି। ଏହା ସହ ପୂର୍ବତନ ବିଧାୟକମାନେ ମାତ୍ର ୩୦ ହଜାର ଟଙ୍କା ପେନସନ ପାଉଛନ୍ତି। ତେଣୁ ଉଭୟ ପୂର୍ବତନ ବିଧାୟକଙ୍କ ପେନସନ ଏବଂ ବିଧାୟକମାନଙ୍କ ଦରମା ବଢ଼ାଇବାକୁ ଦାବି କରିଛନ୍ତି ତାରା। ଅନ୍ୟପଟେ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ ମଧ୍ୟ କହିଛନ୍ତି ଦରମା, ପେନସନ ଏବଂ ମେଡ଼ିକାଲ ଆଲାଉନସ୍ ବଢ଼ାଇବାକୁ ଦାବି କରିଛନ୍ତି । ସେହିପରି ସ୍ଵାଧୀନ ବିଧାୟକ ମକରନ୍ଦ ମୁଦୁଲି ମଧ୍ୟ ବିଧାୟକମାନଙ୍କ ଦରମା ବଢ଼ାଇବାକୁ ଦାବି କରିଛନ୍ତି ।

ସମ୍ବନ୍ଧିତ ଖବର