ରାଜ୍ୟରେ ପୁଣି ୪୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୫ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୪୫ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ଅଛନ୍ତି। ଏହାଛଡ଼ା ବରଗଡ଼ ଓ କଟକରୁ ୫ ଜଣ ଲେଖାଏଁ, ଢେଙ୍କାନାଳରୁ ୪, କୋରାପୁଟ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ, ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି। ଏମାନେ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ସମୟରେ ମୃତ୍ୟୁବରଣ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୯୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬୭୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୪୦ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୫୪୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଏଯାବତ୍ ରାଜ୍ୟରେ ୯,୧୯,୦୨୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୮୪,୨୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୦, ୫୫୭ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର