ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେ‌ବେ ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାର ‌ଗୋଟିଏ ଦୁଇଟି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେଣୁ ଏହି ସମୟରେ ରାସ୍ତ‌ାରେ ଯାତାୟାତ ପାଇଁ ଲୋକଙ୍କୁ ସାବଧାନତା ଅବଲମ୍ବନ କରିବାକୁ କୁହାଯାଇଛି।

Advertisment

ଏଥିସହିତ ଜାନୁଆରି ୨୬ରୁ ୨୭ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲାରେ ହାଲକା ବର୍ଷା ହେବା ସହିତ ଅନ୍ୟ ସବୁସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଜାନୁଆରି ୨୮ରୁ ୩୧ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ଶୀତ ଲହରି ପ୍ରଭାବିତ ହେବ। ତେଣୁ ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ରାଜ୍ୟର ରାୟଗଡ଼ାରେ ସର୍ବାଧିକ ୨୯.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ବଲାଙ୍ଗୀରରେ ସର୍ବନିମ୍ନ ୧୩.୫ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।