କୁହୁଡ଼ି ପାଇଁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ନୂଆଦିଲ୍ଲୀ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାକୁ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର ଓ ବୌଦ୍ଧ ଆଦି ରହିଛି।

ଏଥିସହିତ ଡିସେମ୍ବର ୩୦ରୁ ୩୧ ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହିତ ବଜ୍ରପାତ ଆଶଙ୍କା ରହିଛି।

ଡିସେମ୍ବର ୩୧ରୁ ଜାନୁଆରି ୧ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଧା, ପୁରୀ, ବାଲେଶ୍ବର, କଳାହାଣ୍ଡି ଓ ସୁବର୍ଣ୍ଣପୁର ଆଦି ଜିଲ୍ଲାକୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ପୁରୀରେ ୨୮.୨ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୧୨.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

 

ସମ୍ବନ୍ଧିତ ଖବର