ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଏଥିପାଇଁ ୫ରୁ ଊର୍ଧ୍ବ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ଗଜପତି, କଳାହାଣ୍ଡି ଓ କନ୍ଧମାଳ ରହିଛି।

Advertisment

ସେହିପରି ଜାନୁଆରି ୫ ତାରିଖରୁ ୬ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାକୁ ବି କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏତଦ ବ୍ୟତୀତ ଜାନୁଆରି ୬ରୁ ୭ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି,କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ କୁହୁଡି ପଡ଼ିବାର ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାକୁ ମଧ୍ୟ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଯାବତ ରାଜ୍ୟର ଟିଟଲାଗଡ଼ରେ ସର୍ବାଧିକ ୨୮.୨ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୯.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।