କୁହୁଡ଼ି ପାଇଁ ୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛିସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଆଦି ରହିଛି। ଏସବୁ ଜିଲ୍ଲାକୁ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ମୟୂରଭଞ୍ଜ, ବାଲେଶ୍ବର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲକା କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଜାନୁଆରି ୧୧ ତାରିଖ ଯାଏଁ ରାଜ୍ୟରେ ପାଗ ଓ କୁହୁଡ଼ି ମୁଖ୍ୟତଃ ସାମାନ୍ୟ ରହିବ। ଏଥିପାଇଁ କୌଣସି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇନାହିଁ।

ଜାନୁଆରି ୭ରୁ ୮ ତାରିଖ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ହାଲକା କୁହୁଡ଼ି ପଡ଼ିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଯାବତ ସମ୍ବଲପୁର ଓ ଭାବନୀପାଟଣାରେ ସର୍ବାଧିକ ୨୯.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୦.୦ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

 

ସମ୍ବନ୍ଧିତ ଖବର