ଘନ କୁହୁଡି ପାଇଁ ୧୦ରୁ ଊର୍ଧ୍ବ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୫ ତାରିଖ ରାତିରୁ ୨୬ ତାରିଖ ସକାଳ ମଧ୍ୟରେ ରାଜ୍ୟର ୧୦ ଊର୍ଧ୍ବ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଏଥିପାଇଁ ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଧା, କଟକ,ଜଗତସିଂହପୁର,କେନ୍ଦ୍ରାପଡ଼ା, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାକୁ ଭୁବନେଶ୍ବର ପାଣିପାଗ ‌କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡି ହୋଇପାରେ।

Dense fog engulfs Twin City, visibility reduced to 50 mtr- The New Indian Express

ଜନୁଆରି ୨୬ରୁ ୨୭ ମଧ୍ୟରେ କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଧା, କଟକ, ଅନୁଗୁଳ, ଢ଼େଙ୍କାନାଳ ଓ ଜଗତସିଂହପୁର ଜିଲ୍ଲାକୁ ବି ଘନ କୁହୁଡି ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ‌ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ଉତ୍ତର ଉପକୂଳ ଓଡ଼ିଶା ସମେତ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ,ନୟାଗଡ଼, ଖୋର୍ଧା ଓ ପୁରୀ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡି ଦେଖିବାକୁ ମିଳିବ। ବର୍ତ୍ତମାନ ସୁଦ୍ଧା ଭବାନୀପାଟଣା ଓ ବୌଦ୍ଧରେ ୩୩.୫ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ‌ବେଳେ ଫୁଲବାଣୀରେ ୧୧.୦ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର