Khas Khabar
ଭୁବନେଶ୍ୱର : ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଗୁରୁଚାପବଳୟ ଫଳରେ ଆସନ୍ତାକାଲି ୬ ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ସେଗୁଡ଼ିକ ହେଲା କଳାହାଣ୍ଡି, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କୁହୁଡ଼ିର ସାନ୍ଧ୍ରତା ଅଧିକ ରହିବାର ସମ୍ଭାବନା ଥିବାରୁ ଗାଡ଼ିମୋଟର ଯାତାୟାତରେ ବିଶେଷ ସାବଧାନତା ଅବଲମ୍ବନ କରିବାକୁ କେନ୍ଦ୍ର ପକ୍ଷରୁ ସତର୍କ କରାଇ ଦିଆଯାଇଛି। ଏହି ସବୁ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ଥିବା ବେଳେ ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
Follow Us