ଭୁବନେଶ୍ବର: ୧୯୯୩ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଦେଓରଞ୍ଜନ ସିଂହଙ୍କୁ ଉନ୍ନୟନ କମିସନର ଭାବେ ନିଯୁକ୍ତି ଦିଆଯାଇଛି। ସେ ଯୋଜନା ଓ ସଂଯୋଜନ ବିଭାଗ ସହ ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ସମ୍ଭାଳିବେ। ୧୯୯୧ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ତଥା ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ରାଜସ୍ବ ପର୍ଷଦ ସଦସ୍ୟ ଭାବେ ନିଯୁକ୍ତି ମିଳିଛି।
ଶ୍ରୀ ସାହୁଙ୍କ ବ୍ୟାଚ୍ର ଅନୁ ଗର୍ଗ ମୁଖ୍ୟ ଶାସନ ସଚିବ ହେଲା ପରେ ଶ୍ରୀ ସାହୁଙ୍କୁ ଲୋକସେବା ଭବନ ବାହାରେ ଦାୟିତ୍ବ ମିଳିଛି। ଏହି ବ୍ୟାଚ୍ର ଆଉ ଦୁଇ ଅଧିକାରୀ ସୌରଭ ଗର୍ଗ ଓ ସଞ୍ଜୟ ରାସ୍ତୋଗୀ ଏବେ କେନ୍ଦ୍ରୀୟ ଡେପୁଟେସନ୍ରେ ଅଛନ୍ତି। ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଗୃହ ବିଭାଗର ଅତିରିକ୍ତ ଦାୟିତ୍ବ ସମ୍ଭାଳିବେ। ସେ ପୂର୍ବଭଳି ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଇପିକଲ୍ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବରେ ରହିବେ।
Winter: ଶୀତରେ ଥରୁଛନ୍ତି ୫୨ହଜାର ଅନ୍ତେବାସୀ
ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମାଙ୍କୁ ଜଳସମ୍ପଦ ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଅବକାରୀ ବିଭାଗର ପ୍ରମୁଖ ଶାସନ ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି। ସମବାୟ ବିଭାଗର ଶାସନ ସଚିବ ରାଜେଶ ପ୍ରଭାକର ପାଟିଲଙ୍କୁ ଓସ୍ଡମାର ପରିଚାଳନା ନିର୍ଦ୍ଦେଶକ ଓ ସ୍ବତନ୍ତ୍ର ରିଲିଫ୍ କମିସନର ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କୁ ଗଜପତି ବଦଳି କରାଯାଇଛି। ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ମଧୁମିତା ରଥଙ୍କୁ ନୟାଗଡ଼ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି।
Follow Us