ସମ୍ଭାବ୍ୟ ବାତ୍ୟା ନେଇ ଯୋଗାଣ ଓ ସମବାୟ ବିଭାଗ ତତ୍ପର: ଆଗୁଆ ପଦକ୍ଷେପ ନେବାକୁ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ନିର୍ଦ୍ଦେଶ

Advertisment
ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ଓ ୩୬ଟି ସଚଳ: କୃଷି ମନ୍ତ୍ରୀ

Twitter

ଭୁବନେଶ୍ବର : ଆସନ୍ତା ୨୬ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟା ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରବିଧାନ ଓ ତୈଳବୀଜ ସଂଗ୍ରହ କାର୍ଯ୍ୟ ସତର୍କତାର ସହ କରାଯିବ। ଏଥିପାଇଁ ଆଗୁଆ ପଦକ୍ଷେପ ନେବାକୁ ଯୋଗାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆଣ୍ଡାମାନ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୨ ତାରିଖରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଘନୀଭୁତ ହୋଇ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି। ଆସନ୍ତା ୨୬ ତାରିଖରେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏବେ ରାଜ୍ୟରେ ବିଭିନ୍ନ ସମବାୟ ସମିତି ରବିଧାନ, ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟ ଜାରି ରଖିଛନ୍ତି। ମଣ୍ଡିକୁ ଚାଷୀ ଆଣୁଥିବା ଧାନ ଓ ତୈଳବୀଜ ଯେପରି ବର୍ଷା ଓ ପବନରୁ ସୁରକ୍ଷିତ ରହିବ ସେଥିପାଇଁ ଏବେଠାରୁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହିତ ଖରିଫ ଚାଷ କାର୍ଯ୍ୟ ନିମନ୍ତେ ସାର ଓ ବିହନ ଯେପରି ସୁରକ୍ଷିତ ଭାବରେ ଠିକଣା ସ୍ଥାନଗୁଡ଼ିକରେ ପହଞ୍ଚିପାରିବ, ସେଥିପାଇଁ ପଦକ୍ଷେପ ନିଆଯିବ। ଏହାସହିତ ମହାମାରୀ କୋଭିଡ ପାଇଁ ପିଡିଏସ୍‌ ସାମଗ୍ରୀ ବଣ୍ଟନରେ ଯେପରି କୌଣସି ପ୍ରକାର ଅସୁବିଧା ନ ହୁଏ, ତାକୁ ସୁନିଶ୍ଚିତ କରିବା ପାଇଁ କ୍ଷେତ୍ର ସ୍ତରରେ କାମ କରୁଥିବା ବିଭାଗୀୟ ଅଧିକାରୀମାନଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ମାର୍ଗଦର୍ଶିକା ଜାରି କରିବାକୁ ମନ୍ତ୍ରୀ ଶ୍ରୀ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe