ବାଲେଶ୍ବର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି । ବନ୍ୟା ଯୋଗୁ ଜିଲ୍ଲାର ୬ଟି ବ୍ଲକ୍ର ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ ପ୍ରଭାବିତ ହୋଇଛି।
ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣାରେ ବନ୍ୟାଜଳରେ ପ୍ରଭାବିତ ହେଉଛି।
ଅଧିକ ପଢ଼ନ୍ତୁ: ଲଗାଣ ବର୍ଷା: ବହୁ ଅଞ୍ଚଳ ଜଳବନ୍ଦୀ
ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ଏବଂ ଖାଦ୍ୟ ଯୋଗାଣ ଆଦି ପଦକ୍ଷେପ ସହ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀଙ୍କୁ ନିୟୋଜିତ କରାଯାଇଛି।
ଏନେଇ ଉପମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ‘ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲି ।’
ଆଜି ବାଲେଶ୍ୱର ଜିଲ୍ଲା ଗସ୍ତରେ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲି । ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣା ମୋଟ ୬ଟି ବ୍ଲକ୍ର ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ ପ୍ରଭାବିତ ହୋଇଛି। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ଏବଂ ଖାଦ୍ୟ ଯୋଗାଣ ଆଦି… pic.twitter.com/fRzjk0MLdJ
— Pravati Parida (@PravatiPOdisha) July 3, 2025
ଅଧିକ ପଢ଼ନ୍ତୁ: ବଞ୍ଚି ଥାଉ ଥାଉ ସ୍ବାମୀ ହତ୍ୟାକାରୀ ସୋନମଙ୍କ ପିଣ୍ଡଦାନ କଲେ ମହିଳା: କହିଲେ, ସୋନମ ! ନାରୀ ଜାତି ପାଇଁ କଳଙ୍କ..
Baleswar | Flood in Odisha | Pravati Parida
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-09-12t092703765z-halim.jpeg)
/sambad/media/media_files/2025/07/03/deputy-chief-minister-views-flood-affected-areas-from-the-sky-2025-07-03-12-03-35.jpg)