ଭୁବନେଶ୍ୱର: କଟକ ଜିଲ୍ଲା କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ଓଲଟପୁରସ୍ଥିତ ଏନ୍ଆଇଆରଟିଏଆର ଅସ୍ଥି ଚିକିତ୍ସା ତଥା ଥାଇଥାନ ସମ୍ପର୍କିତ ଏକ ପ୍ରସିଦ୍ଧ ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ। ପ୍ରତିଦିନ ରାଜ୍ୟ ର ବିଭିନ୍ନ ଅଂଚଳରୁ ଚିକିତ୍ସା ପାଇଁ ଶହ ଶହ ରୋଗୀ ଏଠାକୁ ଆସିଥାନ୍ତି। ରୋଗୀମାନେ ଯେପରି ସୁବିଧାରେ ଏହି ପ୍ରତିଷ୍ଠାନର ସ୍ୱାସ୍ଥ୍ୟ ସେବାର ସୁଯୋଗ ପାଇପାରିବେ। ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ଆଜି ଉନ୍ନୟନ କମିସନର ପ୍ରଦୀପ ଜେନା, ୫ଟି ସଚିବ ଭି କେ ପାଣ୍ଡିଆନ ଓଲଟପୁର ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ସେମାନଙ୍କ ସହିତ ପୂର୍ତ୍ତ ବିଭାଗ ସଚିବ ବୀର ବିକ୍ରମ ଯାଦବ, କଟକ ଜିଲ୍ଲାପାଳ ଭବାନୀ ଚଇନି ଓ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
/sambad/media/post_attachments/wp-content/uploads/2022/06/7a698c73-2c9b-4e39-94f7-75a14b1643a8.jpg)
ଅଧିକାରୀମାନେ ସ୍ଥାନୀୟ ଲୋକ ଓ ରୋଗୀମାନଙ୍କ ସହ ଆଲୋଚନା କରିଥିଲେ। ରୋଗୀମାନେ ଯେପରି ସୁବିଧାରେ ଏନ୍ଆଇଆରଟିଏଆରରେ ପହଂଚିପାରିବେ ସେଥିପାଇଁ ନିଆଳି ଅଡଶପୁର ରାସ୍ତାର ବୋଇରାଇ ଛକ ଠାରୁ ଓଲଟପୁର ଏନ୍ଆଇଆରଟିଏଆର ପର୍ଯ୍ୟନ୍ତ ରାସ୍ତାକୁ ଦୁଇ ଥାକିଆ କରାଯିବ। ଏନ୍ଆଇଆରଟିଏଆର ହସ୍ପିଟାଲ ପାର୍ଶ୍ଵ ବର୍ତୀ ଜମି ଅଧିଗ୍ରହଣ କରି ସେ ଅଂଚଳର ବିକାଶ କରାଯିବ। ହଷ୍ଟେଲର ମଧ୍ୟ ଉନ୍ନତି କରାଯିବ। ଏହି ଗସ୍ତ ଅବସରରେ ଉନ୍ନୟନ କମିସନର ଓ ୫ଟି ସଚିବ ହସ୍ପିଟାଲର ବିଭିନ୍ନ ୱାର୍ଡ ବୁଲି ଦେଖିବା ସହ ରୋଗୀମାନଙ୍କ ସୁବିଧା ଅସୁବିଧା ପଚାରି ବୁଝିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/79195d38-2d0d-4f3d-ba0f-476c60e35fed.jpg)