ଦୀର୍ଘ ୩ ମାସ ପରେ ମା’ ବିରଜାଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

ଯାଜପୁର: ଆଜିଠୁ ଖୋଲିଲା ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର। ରାଜ୍ୟରେ ଧୀରେ ଧୀରେ କୋଭିଡ ନିୟନ୍ତ୍ରଣକୁ ଆସିବା ପରେ ସରକାର ମନ୍ଦିର ଖୋଲିବା ନେଇ ନିଷ୍ପତ୍ତି ନେବା ପାଇଁ ଜିଲାପାଳଙ୍କୁ ଦାୟିତ୍ବ ଦେଇଥିଲେ । ସେପଟେ ଦୀର୍ଘଦିନ ଧରି ମନ୍ଦିର ବନ୍ଦ ରହିବା ଫଳରେ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଦୂରତା ବୃଦ୍ଧି ପାଇଥିଲା । ସେବାୟତମାନେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଥିଲେ ।

ଏବେ ମନ୍ଦିର ଖୋଲିବାର ଅନୁମତି ମିଳିବା ପରେ କୋଭିଡ ଗାଇଡଲାଇନ ମାନି ଉଭୟ ସେବାୟତ ଓ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ କରିବେ । ମା’ଙ୍କ ବେଢା ପରିକ୍ରମା ନକରି କେବଳ ମା’ଙ୍କୁ ଦର୍ଶନ କରି ଫେରିବେ । ମା’ଙ୍କ ମନ୍ଦିର ଖୋଲିବାକୁ ନେଇ ବେଶ ଖୁସି ଅଛନ୍ତି ଶ୍ରଦ୍ଧାଳୁ । ସେପଟରେ ମା’ଙ୍କ ବେଢା ପରିସରରେ ବିବାହ କାର୍ଯ୍ୟକୁ ମଧ୍ୟ ବାରଣ କରିଛି ଜିଲ୍ଲା ପ୍ରଶାସନ । କରୋନା ପାଇଁ ଭକ୍ତଙ୍କ ଦର୍ଶନ ବନ୍ଦ ଥିବା ବେଳେ ଆଜିଠାରୁ ମା’ଙ୍କ ସାଧାରଣ ଦର୍ଶନ ଆରମ୍ଭ ହୋଇଛି । ସକାଳ ୬ଟାରୁ ରାତି ୮ ଟା ପର୍ଯ୍ୟନ୍ତ ଭକ୍ତମାନେ ମା’ଙ୍କ ଦର୍ଶନ କରିପାରିବେ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା ହୋଇଥିବା ବେଳେ ଅନେକ କଟକଣା ଜାରି କରାଯାଇଛି ।

ସମ୍ବନ୍ଧିତ ଖବର