ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ଧର୍ମେନ୍ଦ୍ର

Advertisment
ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁକୁ ନେଇ ମୁଁ ବିବ୍ରତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ବନ୍ୟା ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ସତର୍କ ଓ ସଜାଗ ରହିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରି ପରାମର୍ଶ ଦେଇଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି ଯେ ରାଜ୍ୟରେ ଗତ କିଛି ଦିନର ଲଗାଣ ବର୍ଷା ଯୋଗୁଁ ପ୍ରବାହିତ ନଦୀ ଗୁଡ଼ିକର ଜଳସ୍ତର ବଢ଼ିବା ସହ ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କିଛି ଗ୍ରାମରେ ବନ୍ୟା ଜଳ ପଶିଥିବା ଖବର ଆସୁଛି। ଏ ସମୟରେ ଆଉ ଏକ ଲଘୁଚାପ ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ବି ସୂଚନା ଦେଇଛି। ଏଭଳି ସମୟରେ ବର୍ଷା ଓ ବନ୍ୟା ପାଇଁ ଅଧିକ ସତର୍କ ଓ ସଜାଗ ରହିବା ଆବଶ୍ୟକ। ବନ୍ୟା ପ୍ରଭାବିତ ଅଞ୍ଚଳର ଜନସାଧାରଣଙ୍କୁ ଅନୁରୋଧ, ଆପଣମାନେ ନିକଟସ୍ଥ ବାତ୍ୟା ଆଶ୍ରୟସ୍ଥଳୀ କିମ୍ବା କୌଣସି ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ଚେଷ୍ଟା କରନ୍ତୁ। ପ୍ରଶାସନ ଦ୍ୱାରା ଜାରି ବନ୍ୟା ସତର୍କତା ସୂଚନାକୁ ପାଳନ କରନ୍ତୁ। ଏଭଳି ପରିସ୍ଥିତିରେ ବିଜେପିର କାର୍ଯ୍ୟକର୍ତ୍ତାମାନେ ବନ୍ୟା ପ୍ରପୀଡ଼ିତ ଲୋକଙ୍କୁ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ସେ ଅନୁରୋଧ କରିଛନ୍ତି। ସେହିପରି ଯୁବପିଢ଼ି ବନ୍ୟା ପ୍ରଭାବିତଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେବା ପାଇଁ ଆଗେଇ ଆସିବାକୁ ଶ୍ରୀ ପ୍ରଧାନ ଟୁଇଟ୍ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe