ଭୁବନେଶ୍ବର : ଶନିବାର ଦିନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ଶ୍ରୀ ପ୍ରଧାନ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ ସମ୍ବଲପୁରୀ ବସ୍ତ୍ରର ତିଆରି ଏକ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହାସହ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ମୁଖ୍ୟ ପୁରୋଧା ପବିତ୍ର ମୋହନ ପ୍ରଧାନଙ୍କ ଉପରେ ଲିଖିତ ପୁସ୍ତକ ‘ପବିତ୍ର ଗ୍ରନ୍ଥାବଳୀ’ ପ୍ରଦାନ କରିଥିଲେ। ଏହି ସାକ୍ଷାତ ସମୟରେ ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ର ମନ୍ତ୍ରୀ ସୁବାସ ସରକାର ମଧ୍ୟ ଉପସ୍ଥିତ ଥିଲେ।
ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ଧର୍ମେନ୍ଦ୍ର
Advertisment
Follow Us