ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକୁ ସଫଳ କରନ୍ତୁ ଦେଶବାସୀ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର : ପ୍ରଧାନମନ୍ତ୍ରୀଙ୍କ ନରେନ୍ଦ୍ର ମୋଦୀଙ୍କ ଆହ୍ବାନକ୍ରମେ ସାରା ଭାରତବର୍ଷର ଜନତା ମାର୍ଚ୍ଚ ୨୨ ତାରିଖ ରବିବାର ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ‘ଜନତା କର୍ଫ୍ୟୁ’ ପାଳନ କରିବା ସହ ଏହାକୁ ସଫଳ କରିବା ପାଇଁ ସାମାଜିକ ଗଣମାଧ୍ୟମ ଜରିଆରେ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ଆଜିର ଆହ୍ବାନମୂଳକ ସ୍ଥିତିରେ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ଏକ ସଠିକ୍‌ ଆଦର୍ଶ ନେତୃତ୍ବର ଅନନ୍ୟ ଉଦାହରଣ। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକ୍ରମେ ସାରା ଭାରତବର୍ଷର ଜନତା ‘ଜନତା କର୍ଫ୍ୟୁ’ ପାଳନ କରିବାକୁ ଏବଂ ସମସ୍ତେ ମିଳିମିଶି ପ୍ରଧାନମନ୍ତ୍ରୀଙ୍କ ‘ଜନତା କର୍ଫ୍ୟୁ’କୁ ସଫଳ କରିବା ସହିତ କରୋନାର ମୁକାବିଲା କରି ବିଶ୍ବରେ ଏକ ଉଦାହରଣ ସୃଷ୍ଟି କରିବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି।

ସମ୍ବନ୍ଧିତ ଖବର