ବିପିନବିହାରୀଙ୍କ ବିୟୋଗରେ ଧର୍ମେନ୍ଦ୍ରଙ୍କ ଶୋକ

ଭୁବନେଶ୍ବର : ବିପିନ ବିହାରୀ ରଥଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟ୍ବିଟ୍‌ କରି ଶ୍ରୀ ପ୍ରଧାନ କହିଛନ୍ତି, ସ୍ବର୍ଗତ ରଥ ଜଣେ ଆଇନଜୀବୀ ସହିତ ବିଭିନ୍ନ ସାମାଜିକ ଅନୁଷ୍ଠାନରେ ନିଜକୁ ନିୟୋଜିତ କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶାର ସାମାଜିକ ଜୀବନରେ ଏକ ବିରାଟ କ୍ଷତି ଘଟିଲା। ସ୍ବର୍ଗତ ରଥଙ୍କ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ଶ୍ରୀ ପ୍ରଧାନ ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।

ଶ୍ରୀ ରଥଙ୍କ ବିୟୋଗରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଓ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି। ତାଙ୍କୁ ଜଣେ ଦକ୍ଷ ଆଇନଜୀବୀ, ସଂଗଠକ ଓ ସମାଜସେବୀ ଭାବେ ବର୍ଣ୍ଣନା କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ବିଜେପି ପକ୍ଷରୁ ପୂର୍ବତନ ମନ୍ତ୍ରୀ ସମୀର ଦେ, ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ, ଭୃଗୁ ବକ୍ସିପାତ୍ର ଓ ଦିଲ୍ଲୀପ ମଲ୍ଲିକ ପ୍ରମୁଖ ସ୍ବର୍ଗତ ରଥଙ୍କ ବାସଭବନରେ ପହଞ୍ଚି ‌େଶଷ ଦର୍ଶନ କରିଥିଲେ।

ସମ୍ବନ୍ଧିତ ଖବର