ନବ ଦାସଙ୍କ ଘରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ବ୍ରଜରାଜନଗର ବିଧାୟିକା ଅଳକା ମହାନ୍ତିଙ୍କୁ ବି ଭେଟିଲେ

ନବ ଦାସଙ୍କ ଘରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ବ୍ରଜରାଜନଗର ବିଧାୟିକା ଅଳକା ମହାନ୍ତିଙ୍କୁ ବି ଭେଟିଲେ

ଝାରସୁଗୁଡ଼ା: ଆଜି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଝାରସୁଗୁଡ଼ା ଗସ୍ତରେ ଆସି ଦିବଙ୍ଗତ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଘରେ ପହଞ୍ଚିଥିଲେ। ସେଠାରେ ସେ କିଛି ସମୟ ରହି ପରିବାର ସଦସ୍ୟଙ୍କୁ ସାକ୍ଷାତ କରି ସମବେଦନା ଜଣାଇଥିଲେ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନବ ଦାସଙ୍କ ପୁଅ ବିଶାଲ ଓ ଝିଅ ଦିପାଳିଙ୍କ ସହ କିଛି ସମୟ କଥା ହୋଇଥିଲେ। ଏହି ସମୟରେ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବରଗଡ଼ ସାଂସଦ ତଥା ବରିଷ୍ଠ ବିଜେପି ନେତା ସୁରେଶ ପୂଜାରୀ ଓ ବ୍ରଜରାଜନଗରର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

ତେଣେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୂର୍ବତନ ବାଚସ୍ପତି ତଥା ବିଜେଡିର ବରିଷ୍ଠ ନେତା କିଶୋର ମହାନ୍ତିଙ୍କ ଘରକୁ ଯାଇ କିଶୋରଙ୍କ ପତ୍ନୀ ତଥା ବ୍ରଜରାଜନଗର ବିଧାୟିକା ଅଳକା ମହାନ୍ତିଙ୍କୁ ବି ଭେଟିଥିଲେ। ଧର୍ମେନ୍ଦ୍ରଙ୍କ ସହ ଆଲୋଚନା ବେଳେ ଅଳକାଙ୍କ ପୁଅ ବି ଉପସ୍ଥିତ ଥିବା ଜଣାଯାଇଛି।  ଧର୍ମେନ୍ଦ୍ରଙ୍କ ସହ ସାକ୍ଷାତ ସୌଜନ୍ୟମୂଳକ ଥିଲା ବୋଲି ଅଳକା ମହାନ୍ତି କହିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବରଗଡ଼ ସାଂସଦ ତଥା ବରିଷ୍ଠ ବିଜେପି ନେତା ସୁରେଶ ପୂଜାରୀ ଓ  ବିଜେପି ନେତା ଟଙ୍କଧର ତ୍ରିପାଠୀ ମଧ୍ୟ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe