ଏଥର ଡବଲ ଇଞ୍ଜିନ୍ ସରକାର ନିଶ୍ଚିତ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ମୁଖ୍ୟମନ୍ତ୍ରୀ ପୋଷା ଶୁଆ ଭଳି ପଞ୍ଜୁରିରେ ରହୁଛନ୍ତି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ବିଜେପି ପକ୍ଷରୁ ସମ୍ବଲପୁର ଲୋକସଭା ପ୍ରାର୍ଥୀ ଭାବେ ନାଁ ଘୋଷଣା ହେବା ପରେ ଆଜି ସକାଳେ ପ୍ରଥମେ ଶ୍ରୀମନ୍ଦିର ଓ ପରେ ରାଜଧାନୀରେ ଲିଙ୍ଗରାଜ ମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଆଶିଷ ଭିକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଗୁଣ୍ଡୁଚି ମୂଷା ପରି ସମ୍ବଲପୁରର ବିକାଶ ପାଇଁ କାମ କରିବି ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

ସେ ଆହୁରି କହିଛନ୍ତି ଯେ ଓଡ଼ିଶାରେ ସରକାର ପରିବର୍ତ୍ତନ ନିଶ୍ଚିତ। ପରିଶ୍ରମର ବିକଳ୍ପ ନାହିଁ। ଏଥର ଡବଲ ଇଞ୍ଜିନ୍ ସରକାର ହେବ ବୋଲି ଦୃଢ଼ୋକ୍ତି କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ।

publive-image

ଦୋଳ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରକୁ ଯ‌ାଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ତାଙ୍କ ଧର୍ମପତ୍ନୀ ମୁର୍ଦୁଳା ଠାକୁର ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଲୋକସଭା ସାଂସଦ ପ୍ରାର୍ଥୀ ଘୋଷଣା ପରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଏଥିସହ ପୁରୀ ସାଂସଦ ପ୍ରାର୍ଥୀ ଡାକ୍ତର ସମ୍ବିତ ପାତ୍ର ମଧ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe