ପାଇକ ବିେଦ୍ରାହ ସ୍ମାରକୀ ପାଇଁ ଜମି ପ୍ରସଙ୍ଗ : ନବୀନଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ବର : ପାଇକ ବିଦ୍ରୋହର ସ୍ମାରକୀ ନିର୍ମାଣ ଲାଗି ସରକାର ୧୦ ଏକର ଜମି ପ୍ରଦାନ ପାଇଁ ସହମତି ପ୍ରକାଶ କରିଛନ୍ତି। ଏହାକୁ େନଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାମାଜିକ ଗଣମାଧ୍ୟମରେ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଟ୍ବିଟ୍ କରି ଶ୍ରୀ ପ୍ରଧାନ କହିଛନ୍ତି, ଏହାଦ୍ବାରା ପାଇକ ବିଦ୍ରୋହର ସ୍ମାରକୀ ନିର୍ମାଣର ପ୍ରସ୍ତୁତି ଆଉ ଗୋଟିଏ ପାଦ ଆଗକୁ ଯାଇଛି। ଏଥିପାଇଁ ଜଣେ ଓଡିଆ ଭାବରେ ସେ ଗର୍ବିତ।

ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ପାଇକ ବିଦ୍ରୋହର ୨ଶହ ବର୍ଷ ପୂର୍ତି ଅବସରରେ କେନ୍ଦ୍ର ସରକାରଙ୍କ ବଜେଟରେ ବିଶେଷ ବ୍ୟବସ୍ଥା କରାଯାଇଛି। ବ୍ରିଟିସ ଶାସନ ବିରୋଧରେ ଦେଶର ପ୍ରଥମ ସଂଗଠିତ ସଶସ୍ତ୍ର ସଂଗ୍ରାମ ପାଇକ ବିଦ୍ରୋହ ଓଡିଶା ମାଟିରୁ ହିଁ ହୋଇଥିଲା। ଏହି ଅନନ୍ୟ ଇତିହାସକୁ ଆଗାମୀ ଶତାବ୍ଦୀ ଶତାବ୍ଦୀ ପର୍ଯ୍ୟନ୍ତ ଓଡିଶା ଓ ସାରା ଦେଶର ଯବପୀଢିଙ୍କ ପ୍ରେରଣାର ଉତ୍ସ କରିବା ପାଇଁ ଏହି ସ୍ମାରକୀ ନିର୍ମାଣର ପରିକଳ୍ପନା କରାଯାଇଛି। ଓଡିଆ ଜାତିର ବୀରତ୍ୱ ଓ ସ୍ୱାଭିମାନର ଚିହ୍ନ ରୂପରେ ଏହି ସ୍ମାରକୀ ବରୁଣେଇ ପାହାଡର ପାଦଦେଶରେ ଖୁବଶୀଘ୍ର ସମସ୍ତଙ୍କ ସହଯୋଗରେ ନିର୍ମିତ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଦର୍ଶାଇଛନ୍ତି।

ସମ୍ବନ୍ଧିତ ଖବର