ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ବର : ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ ୨୦୨୦-୨୦୨୧ ଆର୍ଥିକ ବର୍ଷରେ କେନ୍ଦ୍ର ରେଳ ବଜେଟରେ ଓଡ଼ିଶାକୁ ୪,୩୭୩ କୋଟି ଟଙ୍କା ଅନୁଦାନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରେଳ ମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅର୍ଥ ରାଜ୍ୟରେ ରେଳ ଭିତ୍ତିଭୂମି ଓ ରେଳ ସଂଯୋଗ ସ୍ଥାପନକୁ ସୁଦୃଢ଼ କରିବା ସହ ଯାତ୍ରୀଙ୍କ ସୁବିଧା ବଢ଼ାଇବାରେ ସହାୟକ ହେବ ବୋଲି ସେ କହିଛନ୍ତି।

କେନ୍ଦ୍ର ମନ୍ତ୍ରୀ ଆହୁରି କହିଛନ୍ତି, ୨୪୧ କିମି ସମ୍ବଲପୁର-ଗୋପାଳପୁର (ଭାୟା ଫୁଲବାଣୀ) ନୂଆ ରେଳ ଲାଇନ୍ ପ୍ରକଳ୍ପ ପାଇଁ ୨୯୫୭ କୋଟି ଅନୁଦାନ କେବଳ ଜନଜାତି ଅଞ୍ଚଳରେ ରେଳ ସଂଯୋଗ ସ୍ଥାପନ କରିବ ନାହିଁ, ବରଂ ସ୍ଥାନୀୟ ଅର୍ଥନୀତିକୁ ମଧ୍ୟ ସମୃଦ୍ଧ କରିବ। ପ୍ରଧାନମନ୍ତ୍ରୀ ଖୋର୍ଦ୍ଧା-ବଲାଙ୍ଗୀର ରେଳ ଲାଇନ୍ ପ୍ରକଳ୍ପ ପାଇଁ ୫୨୦ କୋଟି ଟଙ୍କା ଅନୁଦାନ ଦେଇ ଓଡ଼ିଶା ତଥା ପୂର୍ବ ଭାରତର ବିକାଶକୁ ଅଧିକ ଧ୍ୟାନ ଦେଉଛନ୍ତି। ମିସନ୍ ପୂର୍ବୋଦୟ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା କଳ୍ପନା କରାଯାଇଥିବା ବେଳେ ଦେଶର ବିକାଶ ପୂର୍ବ ଭାରତର ନେତୃତ୍ବ ଦ୍ବାରା ସମ୍ଭବ ହେବ ବୋଲି ସ୍ପଷ୍ଟ ହୋଇଛି।

ସମ୍ବନ୍ଧିତ ଖବର