ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନରେ ବିଜୟୀ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପଦ୍ମପୁର ଉପନିର୍ବାଚନର ଫଳାଫଳକୁ ସ୍ୱୀକାର କରୁଛୁ । ଆମ ଦଳକୁ ଭୋଟ୍ ଦେଇଥିବା ପ୍ରତ୍ୟେକ ମତଦାତାଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି। ଗଣତନ୍ତ୍ରରେ ଜନତାଙ୍କ ରାୟକୁ ସମ୍ମାନ ଜଣାଇ ଆଗାମୀ ଦିନରେ ଦଳକୁ ଆହୁରି ସୁଦୃଢ଼ କରିବା ସହ ଜନକଲ୍ୟାଣ ଓ ଲୋକସମ୍ପର୍କ ମାଧ୍ୟମରେ ଲୋକଙ୍କ ଆସ୍ଥାଭାଜନ ହେବା ପାଇଁ ଚେଷ୍ଟା କରିବୁ ବୋଲି କହିଛନ୍ତି।

Advertisment

ପଦ୍ମପୁରରେ ବିଜେଡି ଏକତରଫା ଓ ରେକର୍ଡ ଭୋଟ୍‌ ବ୍ୟବଧାନରେ ନିର୍ବାଚନ ଜିତିଛି। ଲଗାତାର ଦ୍ବିତୀୟ ଥର ପାଇଁ ବିଜେଡି ଉପରେ ଜନତା ଭରସା କରିଛନ୍ତି। ପଦ୍ମପୁରରେ ବିଜେଡି ୪୨,୦୬୫ ଭୋଟ୍ ବ୍ୟବଧାନରେ ନିର୍ବାଚନ ଜିତିଛି। ସ୍ବର୍ଗତ ବିଜୟ ରଂଜନ ସିଂ ବରିହାଙ୍କ ସୁକନ୍ୟା ତଥା ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ୧,୨୦,୮୦୭ ଖଣ୍ଡ ଭୋଟ୍ ମିଳିଛି। ତାଙ୍କର ନିକଟତମ ପ୍ରାର୍ଥୀ ବିଜେପିର ପ୍ରଦୀପ ପୁରୋହିତଙ୍କୁ ୭୮,୧୨୮ ଖଣ୍ଡ ଭୋଟ୍ ମିଳିଛି। ଫଳରେ ବର୍ଷା ସିଂ ବରିହା ୪୨,୬୭୯ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ୩୫୯୪ ଖଣ୍ଡ ଭୋଟ୍ ମିଳିଛି। ତେବେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ବାଚନ ଫଳାଫଳ ଘୋଷଣାକୁ ଅପେକ୍ଷା କରାଯାଇଛି।