ଧର୍ମେନ୍ଦ୍ର ପ୍ରଧାନଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ

Advertisment

ଅନୁଗୋଳ ଓ ଖୋର୍ଦ୍ଧା ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଭୂମିପୂଜନ ଓ ଶୁଭାରମ୍ଭ କରିବେ

ଅନୁଗୋଳ ଓ ଖୋର୍ଦ୍ଧା ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଭୂମିପୂଜନ ଓ ଶୁଭାରମ୍ଭ କରିବେ

ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁକୁ ନେଇ ମୁଁ ବିବ୍ରତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ କାଳରେ ଶ୍ରୀ ପ୍ରଧାନ ଅନୁଗୋଳ ଏବଂ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମରେ ଯୋଗଦେବା ସହ ଶିକ୍ଷା ଓ ରେଳ ସହ ଜଡ଼ିତ ବିଭିନ୍ନ ପ୍ରକଳ୍ପର ଭୂମିପୂଜନ ଓ ଶୁଭାରମ୍ଭ କରିବେ। ଏହା ସହ କେନ୍ଦ୍ରମନ୍ତ୍ରୀ ପୁରୀ ରଥଯାତ୍ରାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗୁରୁବାର ସକାଳେ ଭୁବନେଶ୍ୱରରେ ପହଞ୍ଚିବା ପରେ ଅନୁଗୋଳ ଜିଲ୍ଲା ତାଳଚେର ଗସ୍ତ କରିବେ। ଏମ୍‌ସିଏଲ୍‌ର ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ କରିବା ସହ ନୂତନ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ନିର୍ମାଣ ପାଇଁ ଭୂମିପୂଜନ କରିବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଭିଡ଼ିଓ କନଫରେନ୍ସିଂରେ ଯୋଗଦେବେ।

ପରବର୍ତ୍ତୀ ପର୍ଯ୍ୟାୟରେ ଶ୍ରୀ ପ୍ରଧାନ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସି ଖୋର୍ଦ୍ଧା ରୋଡ଼୍ ଷ୍ଟେସନଠାରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପ କାର୍ଯ୍ୟକ୍ରମରେ ସାମିଲ ହେବେ। ରେଳମନ୍ତ୍ରୀ ଓ ଶିକ୍ଷାମନ୍ତ୍ରୀ ମିଳିତ ଭାବରେ ଖୋର୍ଦ୍ଧାରୋଡ଼୍ ଷ୍ଟେସନର ନୂତନ ବିଲ୍‌ଡିଂର ଲୋକାର୍ପଣ କରିବା ସହ ଭୁବନେଶ୍ୱର-ବେଙ୍ଗାଲୁରୁ ପ୍ରଶାନ୍ତି ଏକ୍ସପ୍ରେସ୍‌ର ଏଲ୍‌ଏଚ୍‌ବି ରେକ୍ ଓ ଭୁବନେଶ୍ୱର-ଆନନ୍ଦବିହାର ଦୁରନ୍ତୋ ଏକ୍ସପ୍ରେସ୍‌ର ଉଦ୍‌ଘାଟନ କରିବେ। ଏହାବ୍ୟତୀତ ସେହି ସ୍ଥାନରୁ ରହି ଉଭୟ ମନ୍ତ୍ରୀ ପଟିଆ ଓ ବାଣୀବିହାର ପିଏଚ୍‌ର ନୂଆ ବିଲ୍ଡିଂକୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି।
ସେହିପରି ଆସନ୍ତା ଜୁଲାଇ ପହିଲା କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପୁରୀରେ ସାମାଜିକ ସଂଗଠନ ‘ଆମେ ଓଡ଼ିଆ’ ପକ୍ଷରୁ ଆୟୋଜିତ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ହ୍ରାସ କରିବା ପାଇଁ ଜନସଚେତନ ଅଭିଯାନରେ ସାମିଲ ହେବେ। ପୁରୀ ଶରଧାବାଲିଠାରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ତରଫରୁ ମୋଦୀ ସରକାରଙ୍କ ୮ ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ ଉପରେ ଆଧାରିତ ଏକ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ। ତା’ ସହିତ ପୁରୀ ଭୋଳାନାଥ ବିଦ୍ୟାପୀଠ ନିକଟରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଆଇସିଏଚ୍‌ଆର୍‌ ଦ୍ୱାରା ‘ଆଜାଦୀ କା ଅମୃତ ମହୋତ୍ସବ’ ଉପରେ ଆୟୋଜିତ ଏକ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ। ବଡ଼ଶଙ୍ଖ ଶରଧା ମଣ୍ଡପଠାରେ ବିଶ୍ୱ କଲ୍ୟାଣ ଆଧ୍ୟାତ୍ମିକ ଚେତନା ସଂଘର ପ୍ରସାଦ ବିତରଣ କାର୍ଯ୍ୟକ୍ରମରେ ସାମିଲ ହେବା ପରେ ସେ ରଥଯାତ୍ରାରେ ଯୋଡ଼ି ହେବାର କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe