ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଡେନମାର୍କ ପ୍ରଧାନମନ୍ତ୍ରୀ ଓଡ଼ିଶାର ପଟ୍ଟଚିତ୍ର ଦେଖାଇବା ପ୍ରସଙ୍ଗ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଓଡ଼ିଶାର ଅନନ୍ୟ କଳା ସଂସ୍କୃତି, ପଟ୍ଟଚିତ୍ର, ଭାସ୍କର୍ଯ୍ୟକୁ ପ୍ରଧାନମନ୍ତ୍ରୀ ବିଶ୍ୱ ଦରବାରରେ ପହଞ୍ଚାଇଥିବାରୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ତରଫରୁ କୃତଜ୍ଞତା ଜ୍ଞାପନ କରିଛନ୍ତି।
ଶ୍ରୀ ପ୍ରଧାନ ଟୁଇଟ୍ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ଆଜି ଡେନମାର୍କର ପ୍ରଧାନମନ୍ତ୍ରୀ ମେଟ୍ ଫ୍ରେଡିକ୍ସନଙ୍କୁ ସାକ୍ଷାତ୍ କରିବା ସମୟରେ ତାଙ୍କ ବାସଭବନରେ ଲାଗିଥିବା ପ୍ରଭୁ ଶ୍ରୀରାମଙ୍କ ଦରବାର ବିଷୟରେ ବର୍ଣ୍ଣିତ ଓଡ଼ିଶାର ପଟ୍ଟଚିତ୍ରକୁ ସେ ଦେଖାଇଥିଲେ। ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କୁ ଏହି ପଟ୍ଟଚିତ୍ର ଉପହାର ସ୍ୱରୂପ ପ୍ରଦାନ କରିଥିଲେ। ଓଡ଼ିଶାର ଏହି ପଟ୍ଟଚିତ୍ରକୁ ନେଇ ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ଓଡ଼ିଶା ଏବଂ ଓଡ଼ିଶାର ପାରମ୍ପରିକ କଳାର ବୈଭବତାର ପ୍ରତିଫଳନ ବୋଲି ଶ୍ରୀ ପ୍ରଧାନ ଟୁଇଟ୍ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/10/Dharmendra-Pradhan-696x392-1.jpg)