News Intervention
ନୂଆଦିଲ୍ଲୀ/ ଭୁବନେଶ୍ବର : ପ୍ରାକୃତିକ ବିପର୍ଯ୍ୟୟ ତଥା ‘ଅମ୍ଫାନ’ ବାତ୍ୟା ଦ୍ବାରା ପ୍ରଭାବିତ ଓଡ଼ିଶାକୁ ପୂର୍ବରୁ ତତ୍କାଳୀନ ୫୦୦ କୋଟି ଏବଂ ପୁଣି ଅତିରିକ୍ତ ୧ ୨୮.୨୩ କୋଟି ଟଙ୍କାର କେନ୍ଦ୍ରୀୟ ସହାୟତା ମିଳିଛି। ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହି ଆର୍ଥିକ ସହାୟତା ଓଡ଼ିଶାକୁ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଏବଂ ବାତ୍ୟା ପରବର୍ତ୍ତୀ ସଂକଟ ସମୟରେ ଲଢ଼ିବା ପାଇଁ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ ଟ୍ବିଟ୍ କରି କହିଛନ୍ତି।
ଗତ ମେ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜେ ‘ଅମ୍ଫାନ’ ବାତ୍ୟା ପ୍ରଭାବିତ ରାଜ୍ୟ ଓଡ଼ିଶା ଓ ପଶ୍ଚିମବଙ୍ଗକୁ ଗସ୍ତ କରିଥିଲେ। ଏହାପରେ ଓଡ଼ିଶା ପାଇଁ ତତ୍କ୍ଷଣାତ୍ ୫୦୦ କୋଟି ଏବଂ ପଶ୍ଚିମବଙ୍ଗ ପାଇଁ ୧୦୦୦ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଥିଲେ। ପ୍ରଧାନମନ୍ତ୍ରୀ କଠିନ ସମୟରେ ସର୍ବଦା ଓଡ଼ିଆ ଲୋକଙ୍କ ସହ କାନ୍ଧକୁ କାନ୍ଧ ମିଳାଇ ଛିଡ଼ା ହୋଇଛନ୍ତି ବୋଲି ଶ୍ରୀ ପ୍ରଧାନ କହିବା ସହ ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।
Follow Us