ପୌର ନିର୍ବାଚନରେ ଦଳର କାର୍ଯ୍ୟକର୍ତ୍ତାମାନଙ୍କ ଅକ୍ଳାନ୍ତ ପରିଶ୍ରମ ପାଇଁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ରାଜ୍ୟରେ ଅନୁଷ୍ଠିତ ପୌର ନିର୍ବାଚନର ଫଳାଫଳକୁ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜନାଦେଶକୁ ସମ୍ମାନ ଜଣାଇବା ସହ ନିର୍ବାଚିତ ହୋଇଥିବା ଜନପ୍ରତିନିଧିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି | କେନ୍ଦ୍ରମନ୍ତ୍ରୀ ବିଜେପିକୁ ସମର୍ଥନ କରିଥିବା ରାଜ୍ୟର ମତଦାତାଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିବା ସହ ନିର୍ବାଚନରେ ଦଳର କାର୍ଯ୍ୟକର୍ତାମାନେ ଅକ୍ଳାନ୍ତ ପରିଶ୍ରମ ପାଇଁ ଧନ୍ୟବାଦ ଜଣାଇଛନ୍ତି ।


ସେ ଟ୍ୱିଟ୍ କରିଛନ୍ତି ଯେ ଗଣତନ୍ତ୍ରରେ ନିର୍ବାଚନ ଆମକୁ ନିଜ ଅଧିକାର ସାବ୍ୟସ୍ତ କରିବାକୁ ସୁଯୋଗ ଦେବା ସହ ଏକ ସୁସ୍ଥ ସମାଜ ଗଠନ କରିଥାଏ । “ସବକା ସାଥ-ସବକା ବିକାଶ” ହେଉଛି ମୋଦୀ ସରକାରଙ୍କ ମୂଳ ମନ୍ତ୍ର । ଆଗାମୀ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ୱରେ ମୋଦୀ ସରକାରଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ମାଧ୍ୟମରେ ଜନସାଧାରଣଙ୍କ ଆସ୍ଥାଭାଜନ ହେବା ପାଇଁ ଚେଷ୍ଟା କରିବୁ । ଦଳୀୟ ସଂଗଠନକୁ ସୁଦୃଢ଼ କରିବା ପାଇଁ ଆମ କାର୍ଯ୍ୟକର୍ତାଙ୍କ ପ୍ରୟାସ ଜାରି ରହିବ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ।

ସମ୍ବନ୍ଧିତ ଖବର