ଅନୁଗୁଳ ଆଲୁମିନିୟମ ପାର୍କକୁ ପୁଣି ଚଲେଇବା ପାଇଁ ଚିଠି ଲେଖିଲେ ଧର୍ମେନ୍ଦ୍ର

Advertisment
ଅନୁଗୁଳ ଆଲୁମିନିୟମ ପାର୍କକୁ ପୁଣି ଚଲେଇବା ପାଇଁ ଚିଠି ଲେଖିଲେ ଧର୍ମେନ୍ଦ୍ର

Photo-The statesman.co

ଭୁବନେଶ୍ୱର: ଅନୁଗୁଳ ଆଲୁମିନିୟମ ପାର୍କ ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର ଚିଠି ଲେଖି କହିଛନ୍ତି କି, ଶିଳ୍ପ ଉନ୍ନୟନ ବିଭାଗ ଏବଂ ଅନ୍ତଃ ବାଣିଜ୍ୟ ପକ୍ଷରୁ ସୂଚନା ଦିଆଯାଇଛି ଯେ ଗତ ୨୦୧୫ ଅଗଷ୍ଟ ୧୮ ତାରିଖରେ ଭିତିଭୂମି ଉନ୍ନୟନ ଯୋଜନା ଅଧୀନରେ ଏହି ପ୍ରକଳ୍ପ ଲାଗି ମୋଟ ୯୯.୬୦ କୋଟି ଟଙ୍କା ବ୍ୟୟ କରାଯିବାକୁ ଲକ୍ଷ୍ୟ ରଖାଯାଇଥିଲା |

publive-image

ତେବେ ଗତ ବର୍ଷ ଜାନୁୟାରୀରେ ଅନୁଷ୍ଠିତ ସର୍ବୋଚ୍ଚ କମିଟି ବୈଠକରେ ଏହି ପ୍ରକଳ୍ପକୁ ବନ୍ଦ କରିବା ଲାଗି ନିଷ୍ପତ୍ତି ନିଆଗଲା ଏବଂ କାର୍ଯ୍ୟକାରୀ ସଂସ୍ଥା ଏଏପିପିଏଲକୁ ଏ ବାବଦରେ ମିଳିଥିବା କେନ୍ଦ୍ରୀୟ ସହାୟତା ଫେରାଇ ଦେବା ପାଇଁ ନିର୍ଦ୍ଦେଶ ଦିଆଗଲା ବୋଲି ଧର୍ମେନ୍ଦ୍ର ପତ୍ରରେ ଉଲ୍ଲେଖ କରିଛନ୍ତି ।

କେନ୍ଦ୍ର ସରକାର ଓଡିଶାର ଖଣିଜ କ୍ଷେତ୍ର ତଥା ରାଜ୍ୟ ଅର୍ଥନୀତିର ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ ଥିବାବେଳେ ଅନୁଗୁଳ ଆଲୁମିନିୟମ କ୍ଲଷ୍ଟର ପାଇଁ ଆସିଥିବା କେନ୍ଦ୍ରୀୟ ସହାୟତାକୁ ନଫେରାଇ ନେବା ପାଇଁ ଚିଠି ଦ୍ୱାରା କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏପରିକି ପ୍ରକଳ୍ପକୁ ପୁନର୍ବାର ଚାଲୁ କରିବା ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋଏଲଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe